Below header

ବଜେଟ ଆସିବା ପରେ ସୁନା କମିବା ବଦଳରେ ବଢିଲା, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଦାମ୍

ଗତକାଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନା କରିଥିଲେ। ଏଥିରେ ସୁନା ଓ ରୁପା ଦର ଶସ୍ତା ହେବ ବୋଲି କୁହାଯାଇଥିଲା। କିନ୍ତୁ ଠିକ୍ ବଜେଟ ଉପସ୍ଥାପନା ହେବା ପରେ ସୁନା ଦାମ୍ ବଢିଛି। ଗତକାଲି ଅପେକ୍ଷା ଗ୍ରାମ ପ୍ରତି ସୁନା ଦାମ୍ ୧୦ ଟଙ୍କା ବଢିଯାଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୪୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୪୫୦ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫, ୫୦୦ ଟଙ୍କା ଓ ୪୯, ୬୪୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୪୫୦ ଟଙ୍କା ଓ ୪୯,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୧୫୦ ଟଙ୍କା ଓ ୫୨,୨୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୪୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୦୦୦ ଟଙ୍କା ଓ ୫୧,୭୦୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୬,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.