ପୁଣି ବଢିଲା ସୁନା ଦାମ୍, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ମୂଲ୍ଯ

ଦୁଇଦିନ ସୁନା ଦାମ୍ ସ୍ଥିର ରହିବା ପରେ ଆଜି ପୁଣି ବଢିଛି ସୁନା ଦର। ସୁନା ଦାମ ଆଜି ଗ୍ରାମ୍ ପ୍ରତି ୧୫୦ ଟଙ୍କା ପୁଣି ବଢିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୯୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୯୫୦ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୮୦୦ ଟଙ୍କା ଓ ୪୯,୯୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୯୫୦ ଟଙ୍କା ଓ ୪୮,୯୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୯୫୦ ଟଙ୍କା ଓ ୫୨,୩୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୭୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୩୨୦ ଟଙ୍କା ଓ ୫୧,୦୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୬,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.