Below header

ଲଗାତାର ଭାବେ କମିଚାଲିଛି ସୁନା ଦର, ଜାଣନ୍ତୁ ପୁଣି ଆଜି ୧୦ ଗ୍ରାମ ପ୍ରତି କେତେ କମିଲା

ଲଗାତାର ଭାବେ କମିଚାଲିଛି ସୁନା ଦର। ପୁଣି ଭାରତୀୟ ବଜାରରେ ଆଜି ସୁନା ଦାମ୍ ଖସିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୪୦୦ ଟଙ୍କା କମି ୪୬,୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୭,୬୦୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୩୫୦ ଟଙ୍କା ଓ ୪୮,୩୮୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୬୦୦ ଟଙ୍କା ଓ ୪୭,୬୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୫୦୦ ଟଙ୍କା ଓ ୫୦,୭୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୮୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୯୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୦୫୦ ଟଙ୍କା ଓ ୪୯,୭୫୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୨୦୦୦ ଟଙ୍କା କମି ୬୯,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.