ଲଗାତାର ଭାବେ କମିଚାଲିଛି ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଆଜିର ମୂଲ୍ଯ

ଲଗାତାର ଭାବେ କମିଚାଲିଛି ସୁନା ଦର। ପୁଣି ଭାରତୀୟ ବଜାରରେ ଆଜି ସୁନା ଦାମ୍ ଖସିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ମୂଲ୍ଯ ୪୬,୩୮୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୭,୩୮୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୭୫୦ ଟଙ୍କା ଓ ୪୭,୭୮୦ ଟଙ୍କା ଛୁଇଁଛି।

gold priceଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୩୮୦ ଟଙ୍କା ଓ ୪୭,୩୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୯୦୦ ଟଙ୍କା ଓ ୫୦,୦୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୫୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୦୪୦ ଟଙ୍କା ଓ ୪୯,୭୪୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୨୦୦୦ ଟଙ୍କା କମି ୬୯,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.