ବ୍ୟବସାୟ ଓ ଅର୍ଥନୀତି

ଦିନ ଆରମ୍ଭ କରିବା ପୂର୍ବରୁ ଜାଣିରଖନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନା ଓ ରୁପା ଦର

ସୁନା କିଣିବାକୁ ଚାହୁଁଥିଲେ ଆପଣ ଆଜି ଆପଣଙ୍କ ସହରରେ କେତେ ସୁନା ଦର ରହିଛି ଜାଣି ରଖନ୍ତୁ | ଆଜି ଭାରତୀୟ ବଜାରରେ ସୁନା ଦାମରେ କିଛିଟା ପରିବର୍ତ୍ତନ ଆସିଥିବା ଲକ୍ଷ କରାଯାଇଛି | ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୭ ହଜାର ୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୨ ହଜାର ୧୦୦ ଟଙ୍କା ରହିଥିବା ଜଣାପଡ଼ିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦାମ୍‌ ବଢି ଏବେ ୨୨ କ୍ୟାରେଟ ସୁନା ଦର ୪୭ ହଜାର ୭୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୨ ହଜାର ୧୨୦ ଟଙ୍କା ଛୁଇଁଛି । ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭, ୭୫୦ ଟଙ୍କା ଓ ୫୨ ହଜାର ୧୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୭୫୦ ଟଙ୍କା ଓ ୫୨, ୧୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭, ୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୧୨୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୭୫୦ ଟଙ୍କା ଓ ୫୨ ହଜାର ୧୦୦ ଟଙ୍କା ରହିଛି। ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ସାମାନ୍ୟ ବଢି ୬୧ ହଜାର ୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ତେବେ ରଜ ବଜାର ପରେ ସୁନା ଓ ରୂପା ମୂଲ୍ୟରେ କିଛିଟା ବୃଦ୍ଧି ଘଟିଥିବା ଲକ୍ଷ କରାଯାଇଛି |

KNews Bureau

Recent Posts

ଦାରିଙ୍ଗବାଡ଼ି: ବଜ୍ରାଘାତରେ ୪ ଗୋରୁ ମୃତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ  ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…

41 mins ago

କାଳବୈଶାଖୀର କରାଳ ରୂପ, ବଜ୍ରାଘାତ ନେଲା ୧୨ ଗାଇଙ୍କ ଜୀବନ

ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…

2 hours ago

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

2 hours ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

3 hours ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

4 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

4 hours ago