ସୁନା କିଣିବାକୁ ଦୋକାନକୁ ଯିବାପୂର୍ବରୁ ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ଦାମ୍‌

ଆଜି ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ । ଆଜି ଓଡିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି 46 ହଜାର ୮୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧ ହଜାର ୦୬୦ ଟଙ୍କାରେ ପହଞ୍ଚିଥିବା ଜଣାପଡିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ବଢ଼ିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୭୨୦ ଟଙ୍କା ଓ ୪୯୭୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୯୭୦ ଟଙ୍କା ଓ ୫୩୪୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭ ୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧୭୭୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯୧୮୦ ଟଙ୍କା ଓ ୫୨୮୮୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ରୁପା ମୂଲ୍ୟ କିଲୋଗ୍ରାମ ପିଛା ୭୧,୫୦୦ ଟଙ୍କା ରହିଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.