Below header

ଆଜି ସାମାନ୍ୟ ବଢିଛି ସୁନା ମୂଲ୍ୟ, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦର

ସାମାନ୍ୟ କମିଲା ସୁନା ଦର। ଆଜି ଓଡିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି 46 ହଜାର ୮୦୦
ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧ ହଜାର ୦୬୦ ଟଙ୍କାରେ ପହଞ୍ଚିଥିବା ଜଣାପଡିଛି। ସେହିଭଳି ଦେଶର ପ୍ରମୁଖ ସହର ମାନଙ୍କରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮୭୧୦ ଟଙ୍କା ଏବଂ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୯୭୧୦ ଟଙ୍କା ଥିବା ନେଇ ରେକର୍ଡ ହୋଇଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦର ବଢ଼ିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୭୨୦ ଟଙ୍କା ଓ ୪୯୭୨୦
ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୯୭୦ ଟଙ୍କା ଓ ୫୩୪୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭ ୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧୭୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯୧୮୦ ଟଙ୍କା ଓ ୫୨୮୮୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଅନ୍ୟପଟେ ଆଜି ରୁପା ମୂଲ୍ୟ କିଲୋଗ୍ରାମ ପିଛା ୭୧,୫୦୦ ଟଙ୍କା ରହିଥିବା ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.