ଆଶ୍ବସ୍ତିକର ଖବର, ଭୁବନେଶ୍ୱରରେ କମିଲା ସୁନା-ରୁପା ଦର

ହଠାତ୍ ସୁନା ଦରର ଅହେତୁକ ବୃଦ୍ଧି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହାରି ଭିତରେ ଆସିଛି ଏକ ଆଶ୍ବସ୍ତିକର ଖବର ଆସିଛି। ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୨୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୨୬୦ ହୋଇଛି ।

ସାରା ଦେଶରେ ଏବେ ବିବାହର ଋତୁ ଚାଲିଛି । ଏହାରି ଭିତରେ ସମସ୍ତଙ୍କର ଚିନ୍ତା ବଢାଇ ଦେଇଛି ସୁନା ଦର । ତେବେ ହଠାତ୍ ସୁନା ଦରର ଅହେତୁକ ବୃଦ୍ଧି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହାରି ଭିତରେ ଆସିଛି ଏକ ଆଶ୍ବସ୍ତିକର ଖବର ଆସିଛି। ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି । ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୨୬୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୨୪୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୨୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୨୬୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୨୪୦ ଟଙ୍କା ଓ ୭୨,୨୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୩୯୦ ଟଙ୍କା ଓ ୭୨,୨୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୦୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩,୧୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୨୪୦ ଟଙ୍କା ଓ ୭୨,୨୬୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୨ ହଜାର ୪୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.