କଣ ରହିଛି ଆଜିର ସୁନା ଦର, କିଣିବା ପୂର୍ବରୁ ଚେକ କରି ଜାଣି ନିଅନ୍ତୁ ଦାମ୍
ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୭୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୬୬୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୬୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୭୨୦ ହୋଇଛି ।
ସାରା ଦେଶରେ ଏବେ ବିବାହର ଋତୁ ଚାଲିଛି । ଏହାରି ଭିତରେ ସମସ୍ତଙ୍କର ଚିନ୍ତା ବଢାଇ ଦେଇଛି ସୁନା ଦର । ତେବେ ହଠାତ୍ ସୁନା ଦରର ଅହେତୁକ ବୃଦ୍ଧି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି । ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୭୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୬୬୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୬୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୭୨୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୬୬୦ ଟଙ୍କା ଓ ୭୨,୭୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୮୧୦ ଟଙ୍କା ଓ ୭୨,୮୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୫୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩,୭୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୬୬୦ ଟଙ୍କା ଓ ୭୨,୭୨୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୪ ହଜାର ୬୦୦ ଟଙ୍କା ହୋଇଛି ।