ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର; ଜଲଦି କିଣନ୍ତୁ ଅଳଙ୍କାର

ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୬୬୯ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୬୧୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୬୧୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୬୬୦ ହୋଇଛି ।

ସାରା ଦେଶରେ ଏବେ ବିବାହର ଋତୁ ଚାଲିଛି ।  ଏହାରି ଭିତରେ ସମସ୍ତଙ୍କର ଚିନ୍ତା ବଢାଇ ଦେଇଛି ସୁନା ଦର । ତେବେ ହଠାତ୍ ସୁନା ଦରର ଅହେତୁକ ବୃଦ୍ଧି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହାରି ଭିତରେ ଆସିଛି ଏକ ଆଶ୍ବସ୍ତିକର ଖବର ଆସିଛି। ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି । ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୬୬୯ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୬୧୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୬୧୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୬୬୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୬୧୦ ଟଙ୍କା ଓ ୭୨,୬୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୭୫୦ ଟଙ୍କା ଓ ୭୨,୮୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୩୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩,୪୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୬୧୦ ଟଙ୍କା ଓ ୭୨,୬୬୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୨ ହଜାର ୮୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.