ସୁନା ମୂଲ୍ୟର ତାଜା ଅପଡେଟ୍, ଜାଣନ୍ତୁ ଆଜି କେତେ ଅଛି ସୁନା

କଣ ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି, ତାହେଲେ ଏଇଠି ପାଇପାରିବେ ସୁନା ମୂଲ୍ୟର ତାଜା ଅପଡେଟ। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୫୦ ଟଙ୍କା ବଢ଼ି ଦଶ ଗ୍ରାମ ପ୍ରତି ୪୫,୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ମଧ୍ୟ ୫୦ ଟଙ୍କା ବୃଦ୍ଧି ପାଇ ୪୬, ୨୫୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୩୦୦ ଟଙ୍କା ହ୍ରାସ ପାଇ ୪୪,୮୦୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୩୦ ଟଙ୍କା ହ୍ରାସ ପାଇ ୪୮,୮୭୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୨୫୦ ଟଙ୍କା ଓ ୪୬, ୨୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୬୫୦ ଟଙ୍କା ଓ ୫୦, ୮୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୩୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୫୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୭୪୦ ଟଙ୍କା ଓ ୫୦,୦୧୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୫୦୦ ଟଙ୍କା ବଢ଼ି ୭୦.୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.