ଖସିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ୧୦ ଗ୍ରାମ ପ୍ରତି ମୂଲ୍ୟ

ଆଜି ରାଜଧାନୀ ଭୁବନେଶ୍ୱର ବଜାରରେ ସୁନା ଦର ରେ କିଛିଟା ପରିବର୍ତ୍ତନ ହୋଇଛି। ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୩,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭ ,୫୦୦ ଟଙ୍କା ରହିଥିବା ନେଇ ଜଣାଯାଇଛି । ଯେବେକି ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୩୯୦ ଟଙ୍କା ଓ ୪୬,୩୯୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୩୯୦ ଟଙ୍କା ଓ ୪୬,୩୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୫୫୦ ଟଙ୍କା ଓ ୪୯,୬୯୦ ଟଙ୍କା ଥିବା ନେଇ ରେକର୍ଡ ହୋଇଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୭୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୬୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୬୫୦ ଟଙ୍କା ଓ ୪୮, ୩୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.