କମିଲା ସୁନାଦର, କିଣିବା ପୂର୍ବରୁ ଦାମ ଜାଣନ୍ତୁ…

ଆଜି ଭାରତୀୟ ବଜାରରେ ସୁନା ଦର ୨୪ କ୍ୟାରେଟ ସୁନାରେ ୭୧୦ ଓ ୨୨ କ୍ୟାରେଟ ସୁନାରେ ୬୫୦ କମିଛି ।  ଗତକାଲି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୭ ହଜାର ୮୪୦ ଟଙ୍କା ରହିଛି  ।  ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧,୩୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭ ,୮୪୦ ଟଙ୍କା ଥିଲା  ।  ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୦,୭୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭,୧୩୦ଟଙ୍କା ରହିଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭0,୭୦୦ ଟଙ୍କା ଓ ୭୭ ,୧୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭0,୮୫୦ ଟଙ୍କା ଓ  ୭୭ , ୨୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭0, ୭୦୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୭,୧୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୦,୭୦୦ ଟଙ୍କା ଓ ୭୭,୧୩୦ ଟଙ୍କା ରହିଛି ।  ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୨,୦୦୦ ହଜାର ଟଙ୍କା ହୋଇଛି ।