ସୁନା ମୂଲ୍ୟର ତାଜା ଅପଡେଟ୍, ଜାଣନ୍ତୁ ଆଜି କେତେ ଅଛି ୧୦ ଗ୍ରାମ ପ୍ରତି ସୁନା ଦାମ

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୨୦ ଟଙ୍କା ବଢ଼ି ୪୭,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୨୭୦ ଟଙ୍କା ବଢ଼ି ୫୧,୨୫୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୨୦୦ ଟଙ୍କା ଓ ୫୦,୪୦୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୨୩୦ ଟଙ୍କା ଓ ୪୯,୨୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୦୦୦ ଟଙ୍କା ଓ ୫୧,୨୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୪୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୭୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୦୦୦ ଟଙ୍କା ଓ ୫୧,୩୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୭୦୦ ଟଙ୍କା କମି ୭୧,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

You might also like