ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନା ମୂଲ୍ଯ

ଦିନକୁ ଦିନ ଲଗାତାର ସୁନା ଦର ହ୍ରାସ ପାଉଥିବାବେଳେ ଆଜି କିନ୍ତୁ ସୁନା ଦାମ ବୃଦ୍ଧି ପାଇଛି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୫୦ ଟଙ୍କା ବୃଦ୍ଧି ପାଇ ୪୨,୧୫୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୩୮୦ ଟଙ୍କା ବଢି ୪୫,୯୮୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୩,୪୩୦ ଟଙ୍କା ଓ ୪୪,୪୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୩,୯୫୦ ଟଙ୍କା ଓ ୪୭,୯୫୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୫,୯୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୧୫୦ ଟଙ୍କା ଓ ୪୬,୭୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୨୦୦ ଟଙ୍କା ବଢ଼ି ୬୬,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।