Below header

କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ରହିଛି ଦାମ୍

କମିଲା ସୁନା ଦର । ଗତକାଲି ତୁଳନାରେ ଆଜି ସୁନା ଦରରେ ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୪୯,୫୪୦ ଟଙ୍କା ଥିବାବେଳେ, ସେହିପରି ୨୪ କ୍ୟାରେଟ ସୁନା ଦର ୫୦,୫୪୦ ଟଙ୍କା ରହିଛି। ଅନ୍ୟପଟେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଆଜି ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୬୫୦ ଟଙ୍କା ଓ ୫୩,୦୯୦ ଟଙ୍କା ହୋଇଛି ।

gold necklace 1

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୫୪୦ ଟଙ୍କା ଓ ୫୦,୫୪୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୫୫୦ ଟଙ୍କା ଓ ୫୪,୦୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩,୦୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୧୩୦ ଟଙ୍କା ଓ ୫୩,୧୫୦ ଟଙ୍କା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.