ପୁଣି କମିଲା ସୁନା ଓ ରୁପା ଦର; ଜାଣନ୍ତୁ କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ହ୍ରାସ ପାଇଛି ସୁନା ଦାମ୍। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୦୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୧୪୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୦୦୦ ଟଙ୍କା ଓ ୪୯,୦୯୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୦୯୦ ଟଙ୍କା ଓ ୪୯,୦୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୪୦ ଟଙ୍କା ଓ ୫୧, ୪୩୦ ଟଙ୍କା ରହିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫, ୪୬୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯, ୬୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୧୯୦ ଟଙ୍କା ଓ ୪୯,୮୯୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।