ବ୍ୟବସାୟ ଓ ଅର୍ଥନୀତି

ସୁନା ମୂଲ୍ୟରେ ଆସିଛି ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ କେତେ ରହିଛି ଦର

ଶନିବାର ସନ୍ଧ୍ୟା ସୁଦ୍ଧା ଭାରତୀୟ ବଜାରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଆସିଥିବା ଜଣାଯାଇଛି । ୨୪
କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୨୫୦ ଟଙ୍କା ବୃଦ୍ଧି ପାଇ ୪୭,୬୧୦ ଟଙ୍କାରୁ ୪୭,୮୬୦ ଟଙ୍କାରେ ପହଁଚିଥିବା ରେକର୍ଡ ହୋଇଛି । ଠିକ ସେହିପରି ୨୨ କ୍ୟାରେଟ ସୁନା ମୂଲ୍ୟ ବି ୧୦ ଗ୍ରାମ ପ୍ରତି ସମାନ ଭାବେ ୨୫୦ ଟଙ୍କା ବଢି ୪୬,୮୬୦ଟଙ୍କାରେ ପହଁଚିଥିବା ରେକର୍ଡ ହୋଇଛି । ଦେଶର ପ୍ରମୁଖ ସହର ମାନଙ୍କରେ ସୁନା ମୂଲ୍ୟରେ ପରିବର୍ତ୍ତନ ଆସିଥିବା ଲକ୍ଷ କରାଯାଇଛି । ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଉଭୟ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୭,୮୬୦ଟଙ୍କା ଓ ୪୬,୮୬୦ ଟଙ୍କା ଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ୪୭,୯୬୦ ଟଙ୍କା ୪୬,୭୬୦ ଟଙ୍କା ରହିଛି । ଯେବେକି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ସୁନା ମୂଲ୍ୟ ୫୦ହଜାର ପାର ହୋଇ ୫୦,୨୮୦ଟଙ୍କାରେ ପହଂଚିଛି ।

ଯେବେକି ୨୨ କ୍ୟାରେଟ ସୁନା ମୂଲ୍ୟ ୪୬,୦୯୦ ଟଙ୍କାରେ ସ୍ଥିର ରହିଥିବା ଜଣାଯାଇଛି । ଦେଶର ଅନ୍ୟତମ ପ୍ରମୁଖ ସୁନା ବଜାର ଭାବେ ଜଣା କୋଲକାତାରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ଦର ଯଥାକ୍ରମେ ୪୮,୬୬୦ଟଙ୍କା ଓ ୪୭,୩୭୦ ଟଙ୍କା ଥିବା ରେକର୍ଡ ହୋଇଛି । ଅନ୍ୟପକ୍ଷରେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଶନିବାର ସନ୍ଧ୍ୟା ସୁଦ୍ଧା ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ଦର ଯଥାକ୍ରମେ ୫୦,୨୮୦ ଟଙ୍କା ଓ ୪୬,୦୯୦ଟଙ୍କା ଥିବା ଜଣାଯାଇଛି । ଭାରତୀୟ ବଜାରରେ ସୁନା ପରି ରୂପା ମୂଲ୍ୟରେ ବି କିଛିଟା ପରିବର୍ତ୍ତନ ଆସିଥିବା ଲକ୍ଷ କରାଯାଇଛି । ଶୁକ୍ରବାର ରୂପା ମୂଲ୍ୟ କିଲୋଗ୍ରାମ ପ୍ରତି ୪୮,୦୬୦ ଟଙ୍କା ଥିବା ବେଳେ ଶନିବାର ଏହି ମୂଲ୍ୟ ୪୮,୬୭୦ ଟଙ୍କା ଥିବା ଜଣାଯାଇଛି । ଭାରତ ପରି ବିଶ୍ୱ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ସୁନା ମୂଲ୍ୟରେ ପରିବର୍ତ୍ତନ ଆସିଥିବା ଲକ୍ଷ କରାଯାଇଛି ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

3 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

6 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

12 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

21 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

21 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

39 mins ago