Below header

ସୁନା ମୂଲ୍ୟରେ ଆସିଛି ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜି କେତେ ରହିଛି ଦର

ଭାରତୀୟ ବଜାରରେ ସୁନା ମୂଲ୍ୟରେ ସାମାନ୍ୟ ବୃଦ୍ଧି ଘଟିଥିବା ଜଣାଯାଇଛି । ଶନିବାର ସନ୍ଧ୍ୟା ସୁଦ୍ଧା ୨୪ କ୍ୟାରେଟ ସୁନା ଦର ମାତ୍ର ୫୦ ଟଙ୍କା ବଢି ୪୮,୯୦୦ ଟଙ୍କାରୁ ବଢ଼ି ୪୮,୯୫୦ ଟଙ୍କାରେ ପହଁଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୯୫୦ ଟଙ୍କାରେ ପହଁଚିଥିବା ଜଣାଯାଇଛି । ସେପଟେ ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏହି ମୂଲ୍ୟବାନ ଧାତୁ ମୂଲ୍ୟ ସାମାନ୍ୟ ବୃଦ୍ଧି ପାଇ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୧,୩୨୦ ଟଙ୍କା ଓ ୪୭,୦୩୦ ଟଙ୍କାରେ ପହଁଚିଥିବା ରେକର୍ଡ ହୋଇଛି । ସେପଟେ ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ମୂଲ୍ୟରେ ସାମାନ୍ୟ ଧରଣର ବୃଦ୍ଧି ଘଟିଥିବା ଲକ୍ଷ କରାଯାଇଛି । ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ୨୪ କ୍ୟାରେଟ

gold new one

ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୪୮,୯୫୦ ଟଙ୍କା ଓ ୪୭,୯୫୦ ଟଙ୍କା ଥିବା ବେଳେ ଦିଲ୍ଲୀରେ ଏହି ମୂଲ୍ୟ ଯଥାକ୍ରମେ ୪୯,୧୦୦ ଟଙ୍କା ଓ ୪୭,୯୦୦ ଟଙ୍କା ଥିବା ରେକର୍ଡ ହୋଇଛି । ସେପଟେ ଦକ୍ଷିଣ ଭାରତ ସହର ଚେନ୍ନାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ଦର ଯଥାକ୍ରମେ ୫୧,୩୨୦ ଟଙ୍କା ଓ ୪୭,୦୩୦ ଟଙ୍କା ଥିବା ବେଳେ କୋଲକାତା ସହରରେ ଏହି ଦର ୪୯,୯୨୦ ଟଙ୍କା ଓ ୪୮,୩୪୦ ଟଙ୍କା ଥିବା ଜଣାଯାଇଛି । ସେପଟେ ଅନ୍ୟତମ ମୂଲ୍ୟବାନ ଧାତୁ ରୂପା ଦରରେ ବି ଏକ ସାମାନ୍ୟ ଧରଣର ପରିବର୍ତ୍ତନ ଆସିଥିବା ଲକ୍ଷ କରାଯାଇଛି । ଶନିବାର ସନ୍ଧ୍ୟା ସୁଦ୍ଧା ରୂପା କିଲୋଗ୍ରାମ ପ୍ରତି ୯୦ ଟଙ୍କା ବଢି ୫୨,୮୧୦ ଟଙ୍କାରୁ ୫୨,୯୦୦ ଟଙ୍କାରେ ପହଁଚିଥିବା ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.