Below header

ସୁନା ମୂଲ୍ୟରେ ଆସିଲା ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ କେତେ ରହିଛି ଆଜିର ଦାମ୍‌

ଭାରତୀୟ ବଜାରରେ ସୁନା ମୂଲ୍ୟରେ ସାମାନ୍ୟ ବୃଦ୍ଧି ଘଟିଥିବା ଜଣାଯାଇଛି । ରବିବାର ସନ୍ଧ୍ୟା ସୁଦ୍ଧା ୨୪ କ୍ୟାରେଟ ସୁନା ଦର ମାତ୍ର ୧୦ ଟଙ୍କା ବଢି ୪୯,୧୨୦ଟଙ୍କାରେ ପହଁଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୯୨୦ ଟଙ୍କାରେ ପହଁଚିଥିବା ଜଣାଯାଇଛି । ସେପଟେ ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏହି ମୂଲ୍ୟବାନ ଧାତୁ ମୂଲ୍ୟ ସାମାନ୍ୟ ବୃଦ୍ଧି ପାଇ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୧,୩୪୦ ଟଙ୍କା ଓ ୪୭,୦୫୦ ଟଙ୍କାରେ ପହଁଚିଥିବା ରେକର୍ଡ ହୋଇଛି ।

gg

ସେପଟେ ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ମୂଲ୍ୟରେ ସାମାନ୍ୟ ଧରଣର ବୃଦ୍ଧି ଘଟିଥିବା ଲକ୍ଷ କରାଯାଇଛି । ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୧,୩୪୦ ଟଙ୍କା ଓ ୪୭, ୯୭୦ ଟଙ୍କା ଥିବା ବେଳେ ଦିଲ୍ଲୀରେ ଏହି ମୂଲ୍ୟ ଯଥାକ୍ରମେ ୪୯,୧୨୦ ଟଙ୍କା ଓ ୪୭,୯୨୦ ଟଙ୍କା ଥିବା ରେକର୍ଡ ହୋଇଛି । ସେପଟେ ଦକ୍ଷିଣ ଭାରତ ସହର ଚେନ୍ନାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ଦର ଯଥାକ୍ରମେ ୫୧,୩୪୦ ଟଙ୍କା ଓ ୪୭,୦୫୦ ଟଙ୍କା ଥିବା ବେଳେ କୋଲକାତା ସହରରେ ଏହି ଦର ୪୯, ୯୪୦ ଟଙ୍କା ଓ ୪୮, ୩୬୦ ଟଙ୍କା ଥିବା ଜଣାଯାଇଛି । ସେପଟେ ଅନ୍ୟତମ ମୂଲ୍ୟବାନ ଧାତୁ ରୂପା ଦରରେ ବି ଏକ ସାମାନ୍ୟ ଧରଣର ପରିବର୍ତ୍ତନ ଆସିଥିବା ଲକ୍ଷ୍ୟ କରାଯାଇଛି । ଶନିବାର ସନ୍ଧ୍ୟା ସୁଦ୍ଧା ରୂପା କିଲୋଗ୍ରାମ ପ୍ରତି ୯୦ ଟଙ୍କା ବଢି ୫୨,୮୧୦ ଟଙ୍କାରୁ ୫୨,୯୦୦ ଟଙ୍କାରେ ପହଁଚିଥିବା ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.