ସାମାନ୍ୟ ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଦାମ୍‌

ଆଜି ସୁନା ଦାମରେ ସାମାନ୍ୟ ବୃଦ୍ଧି ଘଟିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮, ୩୩୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୩୩୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୧୦୦ ଟଙ୍କା ଓ ୫୦,୨୯୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୩୩୦ ଟଙ୍କା ଓ ୪୯,୩୩୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୨୫୦ ଟଙ୍କା ଓ ୫୨,୬୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୫୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୭୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୫୨୦ ଟଙ୍କା ଓ ୫୦,୬୨୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୭,୫୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 

You might also like