କିଛିଦିନ ସୁନା ଦାମ୍ କମିବା ପରେ ପୁଣି ଆସିଲା ପରିବର୍ତ୍ତନ, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଗ୍ରାମ୍ ପ୍ରତି ଦର

ଆଜି ସୁନା ଦାମରେ ସାମାନ୍ୟ ପରିବର୍ତ୍ତନ ଘଟିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮, ୩୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୩୪୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୯୧୦ ଟଙ୍କା ଓ ୫୦,୦୮୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୩୪୦ ଟଙ୍କା ଓ ୪୯,୩୪୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୦୬୦ ଟଙ୍କା ଓ ୫୨,୬୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୫୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୭୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୫୪୦ ଟଙ୍କା ଓ ୫୦,୬୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୭,୫୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.