ସୁନା ଦାମରେ ଆସିଲା ପରିବର୍ତ୍ତନ, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଦାମ୍

ସୁନା ଦରରେ ଆସିଛି ପରିବର୍ତ୍ତନ। ସୁନା ମୂଲ୍ଯ କିଛିଟା ହ୍ରାସ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୪୩୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୪୩୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୭୫୦ ଟଙ୍କା ଓ ୪୯,୯୦୦ ଟଙ୍କା ଛୁଇଁଛି।

gold price today

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୪୩୦ ଟଙ୍କା ଓ ୪୯,୪୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୩୫୦ ଟଙ୍କା ଓ ୫୨,୭୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୮୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୪୧୦ ଟଙ୍କା ଓ ୫୧,୧୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୫୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୬,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.