Below header

ସାମାନ୍ଯ ବଢିଲା ସୁନା ଦର, ଏଠାରେ ଜାଣନ୍ତୁ ଆଜି ପୁଣି କେତେ ବଢିଲା ଦାମ୍

ସୁନା ଦରରେ ଆସିଛି ପରିବର୍ତ୍ତନ। ସୁନା ମୂଲ୍ଯ ଗତକାଲି ଅପେକ୍ଷା ପୁଣି କିଛି ବଢିଛି। ଗତକାଲି ତୁଳନାରେ ଆଜି ସୁନା ଦାମ ୨୦ ଟଙ୍କା ବଢିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୪୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୪୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୦୦୦ ଟଙ୍କା ଓ ୫୦,୧୮୦ ଟଙ୍କା ଛୁଇଁଛି।

gold shop

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୪୫୦ ଟଙ୍କା ଓ ୪୯,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୧୫୦ ଟଙ୍କା ଓ ୫୨,୫୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୫୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୭୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୪୧୦ ଟଙ୍କା ଓ ୫୧,୧୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୫୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୬,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.