ସାମାନ୍ଯ ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଗ୍ରାମ ପ୍ରତି ମୂଲ୍ଯ

ସୁନା ଦାମ୍ ସବୁଦିନ କିଛି ନା କିଛି ପରିବର୍ତ୍ତନ ହେବାରେ ଲାଗିଛି। ଗତକାଲି ସୁନା ଦାମ୍ କମିଥିବା ବେଳେ ଆଜି ସୁନା ଦାମରେ ସାମାନ୍ଯ ପରିବର୍ତ୍ତନ ଆସିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୫୮୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୫୮୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୨୦୦ ଟଙ୍କା ଓ ୫୦,୪୦୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୫୮୦ଟଙ୍କା ଓ ୪୯,୫୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୩୫୦ ଟଙ୍କା ଓ ୫୨,୭୫୦ ଟଙ୍କା ରହିଛି।

gold 1

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୮୦୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୦୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୯୮୦ ଟଙ୍କା ଓ ୫୧,୬୮୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.