Below header

ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ ୧୦ ଗ୍ରାମ ପ୍ରତି କେତେ ରହିଛି ମୂଲ୍ୟ

ଭାରତୀୟ ବଜାରରେ ସୁନା ମୂଲ୍ୟରେ ସାମାନ୍ୟ ବୃଦ୍ଧି ଘଟିଥିବା ଜଣାଯାଇଛି । ସୋମବାର ସନ୍ଧ୍ୟା ସୁଦ୍ଧା ୨୪ କ୍ୟାରେଟ ସୁନା ଦରରେ ପାଖାପାଖି ୪୯୦ ଟଙ୍କା ବଢି ୫୧,୧୬୦ ଟଙ୍କାରୁ ୫୧,୬୬୦ ଟଙ୍କାରେ ପହଁଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୬୬୦ ଟଙ୍କାରେ ପହଁଚିଥିବା ଜଣାଯାଇଛି । ସେହିପରି ଓଡିଶାର ରାଜଧାନୀ ଭୁବନେଶ୍ୱରରେ ଏହି ମୂଲ୍ୟବାନ ଧାତୁ ମୂଲ୍ୟ ସାମାନ୍ୟ ବୃଦ୍ଧି ପାଇ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୪,୩୧୦ ଟଙ୍କା ଓ ୪୯,୭୯୦ ଟଙ୍କାରେ ପହଁଚିଥିବା ରେକର୍ଡ ହୋଇଛି ।

ସେହିପରି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ମୂଲ୍ୟରେ ସାମାନ୍ୟ ଧରଣର ବୃଦ୍ଧି ଘଟିଥିବା ଲକ୍ଷ୍ୟ କରାଯାଇଛି । ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ୨୪କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୧,୬୬୦ଟଙ୍କା ଓ ୫୦,୬୬୦ଟଙ୍କା ଥିବା ବେଳେ ଦିଲ୍ଲୀରେ ଏହି ମୂଲ୍ୟ ଯଥାକ୍ରମେ ୫୨,୦୧୦ ଟଙ୍କା ଓ ୫୦,୮୧୦ ଟଙ୍କା ଥିବା ରେକର୍ଡ ହୋଇଛି । ସେପଟେ ଦକ୍ଷିଣ ଭାରତ ସହର ଚେନ୍ନାଇରେ ୨୪ କ୍ୟାରେଟ

ଓ ୨୨ କ୍ୟାରେଟ ଦର ଯଥାକ୍ରମେ ୫୪,୩୧୦ ଟଙ୍କା ଓ ୪୯,୭୯୦ ଟଙ୍କା ଥିବା ବେଳେ କୋଲକାତା ସହରରେ ଏହି ଦର ୫୨,୪୬୦ ଟଙ୍କା ଓ ୫୧,୦୬୦ ଟଙ୍କା ଥିବା ଜଣାଯାଇଛି । ସେପଟେ ଅନ୍ୟତମ ମୂଲ୍ୟବାନ ଧାତୁ ରୂପା ଦରରେ ବି ଏକ ସାମାନ୍ୟ ଧରଣର ପରିବର୍ତ୍ତନ ଆସିଥିବା ଲକ୍ଷ୍ୟ କରାଯାଇଛି । ଶନିବାର ସନ୍ଧ୍ୟା ସୁଦ୍ଧା ରୂପା କିଲୋଗ୍ରାମ ପ୍ରତି ୬୪,୭୧୦ ଟଙ୍କାରେ ପହଁଚିଥିବା ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.