Below header

କମିଗଲା ସୁନା ଦାମ୍, ଜଲଦି କରନ୍ତୁ ଆଜି ହିଁ କିଣିଆଣନ୍ତୁ ନିଜ ମନ ପସନ୍ଦର ଗହଣା

କମିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୫୦ ଟଙ୍କା କମିଛି। ସେହିପରି ୨୪ କ୍ୟାରେଟ ସୁନା ଦର ମଧ୍ୟ ୩୦୦ ଟଙ୍କା କମିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୦୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧,୦୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୫୦୦ ଟଙ୍କା ଓ ୫୧,୮୫୦ ଟଙ୍କା ଛୁଇଁଛି।

gold price today

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୦,୦୫୦ ଟଙ୍କା ଓ ୫୧,୦୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୬୫୦ ଟଙ୍କା ଓ ୫୪,୧୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୪୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୫୧୦ ଟଙ୍କା ଓ ୫୩,୨୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.