ସୁନା କିଣିବାକୁ ଚାହୁଁଛନ୍ତିକି, ତେବେ ଜାଣି ରଖନ୍ତୁ ଆଜି କେତେ ରହିଛି ଦର

ଭାରତୀୟ ବଜାରରେ କିଛି କିଛି ସ୍ଥାନରେ ସ୍ଥିର ରହିଥିବା ବେଳେ କିଛି କିଛି ସ୍ଥାନରେ ଅତି ସାମାନ୍ୟ ବୃଦ୍ଧି ଘଟିଥିବା ଜଣାଯାଇଛି । ସୋମବାର ସନ୍ଧ୍ୟା ସୁଦ୍ଧା ୨୪ କ୍ୟାରେଟ ସୁନା ଦର ୫୨୪୧୦ ଟଙ୍କାରେ ପହଁଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ସମାନ ଭାବେ ୫୧୪୧୦ ଟଙ୍କାରେ ପହଁଚିଥିବା ଜଣାଯାଇଛି । ସେହିପରି ଓଡିଶାର ରାଜଧାନୀ ଭୁବନେଶ୍ୱରରେ ଏହି ମୂଲ୍ୟବାନ ଧାତୁ ମୂଲ୍ୟ ସାମାନ୍ୟ ବୃଦ୍ଧି ପାଇ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୫୩୨୦ ଟଙ୍କା ଓ ୫୦୭୫୦ ଟଙ୍କାରେ ପହଁଚିଥିବା ରେକର୍ଡ ହୋଇଛି ।

ସେହିପରି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ମୂଲ୍ୟରେ ସାମାନ୍ୟ ଧରଣର ବୃଦ୍ଧି ଘଟିଥିବା ଲକ୍ଷ୍ୟ କରାଯାଇଛି । ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ୨୪କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୨୪୧୦ଟଙ୍କା ଓ ୫୧୪୧୦ଟଙ୍କା ଥିବା ବେଳେ ଦିଲ୍ଲୀରେ ଏହି ମୂଲ୍ୟ ଯଥାକ୍ରମେ ୫୨୭୧୦ ଟଙ୍କା ଓ ୫୧୫୧୦ ଟଙ୍କା ଥିବା ରେକର୍ଡ ହୋଇଛି । ସେପଟେ ଦକ୍ଷିଣ ଭାରତ ସହର ଚେନ୍ନାଇରେ ୨୪ କ୍ୟାରେଟ

ଓ ୨୨ କ୍ୟାରେଟ ଦର ଯଥାକ୍ରମେ ୫୫୩୨୦ ଟଙ୍କା ଓ ୫୦୭୫୦ ଟଙ୍କା ଥିବା ବେଳେ କୋଲକାତା ସହରରେ ଏହି ଦର ୫୩୧୩୦ ଟଙ୍କା ଓ ୫୧୭୩୦ ଟଙ୍କା ଥିବା ଜଣାଯାଇଛି । ସେପଟେ ଅନ୍ୟତମ ମୂଲ୍ୟବାନ ଧାତୁ ରୂପା ଦରରେ ବି ଏକ ବଡ଼ ଧରଣର ପରିବର୍ତ୍ତନ ଆସିଥିବା ଲକ୍ଷ୍ୟ କରାଯାଇଛି । ଶନିବାର ସନ୍ଧ୍ୟା ସୁଦ୍ଧା ରୂପା କିଲୋଗ୍ରାମ ପ୍ରତି ମାତ୍ର ୫୦ ଟଙ୍କା ବୃଦ୍ଧି ପାଇ ୬୬୦୬୦ ଟଙ୍କାରେ ପହଁଚିଥିବା ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.