ବ୍ୟବସାୟ ଓ ଅର୍ଥନୀତି

ଆଜି ରାକ୍ଷୀପୂର୍ଣ୍ଣିମାରେ ଭଉଣୀକୁ ସୁନା ଉପହାର ଦେବାକୁ ଚାହୁଁଛନ୍ତିକି, ତେବେ ଜାଣି ରଖନ୍ତୁ ଆଜି କେତେ ରହିଛି ଦର

ଭାରତୀୟ ବଜାରରେ କିଛି କିଛି ସ୍ଥାନରେ ସ୍ଥିର ରହିଥିବା ବେଳେ କିଛି କିଛି ସ୍ଥାନରେ ଅତି ସାମାନ୍ୟ ପରିବର୍ତ୍ତନ ଆସିଥିବା ଜଣାଯାଇଛି । ରବିବାର ସନ୍ଧ୍ୟା ସୁଦ୍ଧା ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୫୩,୫୦୦ ଟଙ୍କାରେ ପହଁଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ସମାନ ଭାବେ ୫୨,୫୦୦ ଟଙ୍କାରେ ପହଁଚିଥିବା ରେକର୍ଡ ହୋଇଛି । ସେପଟେ ଓଡିଶା ରାଜଧାନୀ ଭୁବନେଶ୍ୱରରେ ବି ଏହି ମୂଲ୍ୟବାନ ଧାତୁ ମୂଲ୍ୟ ସାମାନ୍ୟ ବୃଦ୍ଧି ପାଇ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୬,୫୦୦ ଟଙ୍କା ଓ ୫୧,୭୯୦ ଟଙ୍କାରେ ପହଁଚିଥିବା ରେକର୍ଡ ହୋଇଛି ।

ସେହିପରି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ମୂଲ୍ୟରେ ସାମାନ୍ୟ ଧରଣର ବୃଦ୍ଧି ଘଟିଥିବା ଲକ୍ଷ୍ୟ କରାଯାଇଛି । ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ୨୪କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ଯଥାକ୍ରମେ ୫୩,୫୦୦ ଟଙ୍କା ଓ ୫୨,୫୦୦ ଟଙ୍କା ଥିବା ବେଳେ ଦିଲ୍ଲୀରେ ଏହି ମୂଲ୍ୟ ଯଥାକ୍ରମେ ୫୩,୪୬୦ ଟଙ୍କା ଓ ୫୨,୨୬୦ ଟଙ୍କା ଥିବା ରେକର୍ଡ ହୋଇଛି । ସେପଟେ ଦକ୍ଷିଣ ଭାରତ ସହର ଚେନ୍ନାଇରେ ୨୪ କ୍ୟାରେଟ

ଓ ୨୨ କ୍ୟାରେଟ ଦର ଯଥାକ୍ରମେ ୫୬,୫୦୦ ଟଙ୍କା ଓ ୫୧,୭୯୦ ଟଙ୍କା ଥିବା ବେଳେ କୋଲକାତା ସହରରେ ଏହି ଦର ୫୪,୦୧୦ ଟଙ୍କା ଓ ୫୨,୬୧୦ ଟଙ୍କାରେ ସ୍ଥିର ଥିବା ଜଣାଯାଇଛି । ସେପଟେ ଅନ୍ୟତମ ମୂଲ୍ୟବାନ ଧାତୁ ରୂପା ଦରରେ । ରବିବାର ସନ୍ଧ୍ୟା ସୁଦ୍ଧା ରୂପା କିଲୋଗ୍ରାମ ପ୍ରତି ପ୍ରାୟ ସ୍ଥିର ଥିବା ଲକ୍ଷ କରାଯାଇଛି । ରୁପା ମୂଲ୍ୟ ୬୫,୧୨୦ ଟଙ୍କାରେ ସ୍ଥିର ଥିବା ରେକର୍ଡ ହୋଇଛି ।

KNews Bureau

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

24 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

56 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

58 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

1 hour ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

1 hour ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago