ହୁ ହୁ ହୋଇ ବଢ଼ି ଚାଲିଛି ସୁନା ଦର, ଟପିଲା ୯୮ ହଜାର

ସୁନା ବଜାରରେ ନିଆଁ । ଦିନକୁ ଦିନ ନୂଆ ରେକର୍ଡ କରୁଛି ସୁନା ଦର ।  ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୪, ୯୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୬ହଜାର ୯୩୮ଟଙ୍କା ଛୁଇଛି ।  ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮ ହଜାର ୩୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୧୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮, ୩୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ,୧୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୫୦୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୩୦୦ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮, ୩୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ୯୦,୧୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୭, ୫୮୦ ଓ ୮୯ ,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୧୧,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ ।

ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ ।

Also read : Tata Curvv EV ର Dark Edition, ଜାଣନ୍ତୁ ନୂଆ ମଡେଲର ପ୍ରାଇସ୍ ଏବଂ ଫିଚର୍ସ