Below header

ଚାଲିଛି ବିବାହ ଋତୁ, ସୁନା କିଣିବାକୁ ଭାବୁଛନ୍ତି କି ? କମିଛି ଦାମ୍

ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୫୦୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୫ ହଜାର ୫୪୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୫,୫୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧ ହଜାର ୫୦୦ ହୋଇଛି ।

ବିବାହ ଋତୁ ଆସୁଥିବାରୁ ସୁନାର ଚାହିଦା ବଢିଛି । ତେବେ ଏହାରି ଭିତରେ ଆସିଛି ସୁନା ପ୍ରେମିକଙ୍କ ପାଇଁ ଖୁସି ଖବର । ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡିଶାରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୫୦୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୫ ହଜାର ୫୪୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୫,୫୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧ ହଜାର ୫୦୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୫୪୦ ଟଙ୍କା ଓ ୭୧,୫୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୫,୬୯୦ ଟଙ୍କା ଓ ୭୧,୬୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୩୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨,୩୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୫,୫୪୦ ଟଙ୍କା ଓ ୭୧,୫୦୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୨ ହଜାର ୯୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.