ଐତିହାସିକ ରେକର୍ଡ ; ଲକ୍ଷେ ଛୁଇଁଲା ସୁନା ଦର

ଦିନକୁ ଦିନ ନୂଆ ରେକର୍ଡ କରୁଛି ସୁନା ଦର । ଗତକାଲି ୧୦ ଗ୍ରାମ ୨୪ କ୍ୟାରେଟ ସୁନା ଦର ୯୯ ହଜାର ୮୦୦ ଟଙ୍କା ଟପିଛି । ୩ ପ୍ରତିଶତ ଜିଏସଟି ଲାଗିବା ପରେ ଦର ଏକ ଲକ୍ଷ ୧୩୫୦ ଟଙ୍କା ଛୁଇଁଛି । ଚୀନ୍ -ଆମେରିକା ବାଣିଜ୍ୟ ଯୁଦ୍ଧ ଓ ବିଶ୍ୱ ଅର୍ଥନୈତିକ ଅନିଶ୍ଚିତତା ମଧ୍ୟରେ ନିବେଶକ ସୁନା ଓ ରୁପାରେ ନିବେଶ କରୁଛନ୍ତି । ଫଳରେ ୧୦ ଗ୍ରାମ ସୁନା ଦର ପ୍ରଥମ ଥର ଲାଗି ଐତିହାସିକ ରେକର୍ଡ ଲକ୍ଷେ ଟପିଛି।
ମାନ୍ଦାବସ୍ଥା ଆଶଙ୍କା ଓ ବିବାହ ଋତୁ ସୁନା ଚାହିଦାରେ ବଡ଼ ବୃଦ୍ଧି ଆଣିଛି । ବିଶ୍ୱ ବଜାରରେ ଦେଖାଦେଇଥିବା ଅସ୍ଥିରତା ମଧ୍ୟରେ ନିବେଶର ସୁରକ୍ଷିତ ମାଧ୍ୟମ ପାଲଟିଛି ଏହି ହଳଦିଆ ଧାତୁ । ଡଲାର ତୁଳନାରେ ଟଙ୍କା ଦୁର୍ବଳ ହେବା ଦ୍ୱାରା ସୁନା ଦରରେ ବୃଦ୍ଧି ଘଟୁଛି । ଟଙ୍କା ଦୁର୍ବଳ ହେଲେ ଆମଦାନିରେ ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ପଡ଼େ । ଏ ବର୍ଷ ଟଙ୍କାର ବିନିମୟ ମୂଲ୍ୟରେ ପାଖାପାଖି ୪% ହ୍ରାସ ଘଟିଛି । ଗତ ଡିସେମ୍ବର ୩୧ରୁ ବର୍ତ୍ତମାନ ସୁଦ୍ଧା ସୁନା ଦର ମୋଟ ୨୦ ହଜାର ୮୫୦ ଟଙ୍କା । ଚାରି ମାସ ମଧ୍ୟରେ ପାଖାପାଖି ୨୬.୪% ମହଙ୍ଗା ହୋଇଛି ସୁନା ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୧. ୩୫୦, ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୨ ହଜାର ୯୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୦୧, ୩୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୨ ହଜାର ୯୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୧,୩୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୨ ,୯୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧, ୦୧,୫୦୦ ଟଙ୍କା ଓ ୨୨ କ୍ୟାରେଟ୍ ୯୩,୦୫୦ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୦୧,୩୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୨,୯୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୦୧, ୩୫୦ ଓ ୯୨ ,୯୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୧,୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା
ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ ।
ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ ।
ଆହୁରି ପଢ଼ନ୍ତୁ : ଆଡଭାନ୍ସ ଫିଚର୍ସ ସହ ଲଞ୍ଚ ହେଲା Kawasaki Eliminator Cruiser 500, ମିଳିବ ନୂଆ ରେଟ୍ରୋ ଲୁକ୍