ସୁନା ଦର ୭୧ ହଜାର ଟପିଲା, ସର୍ବୋଚ୍ଚ ସ୍ତରରେ ରୂପା
ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୫,୬୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧,୬୩୦ ଟଙ୍କା ରହିଛି । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୫,୬୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧ ହଜାର ୬୩୦ ହୋଇଛି ।

ଦେଶରେ ସୁନା ମୂଲ୍ୟ ହୁ ହୁ ହୋଇ ବଢ଼ି ଚାଲିଛି । ଏହା କ୍ରମାଗତ ଭାବେ ରେକର୍ଡ ଭାଙ୍ଗି ଚାଲିଛି । ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୫,୬୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧,୬୩୦ ଟଙ୍କା ରହିଛି । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୫,୬୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧ ହଜାର ୬୩୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୫,୬୬୦ ଟଙ୍କା ଓ ୭୧,୬୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୫,୮୧୦ ଟଙ୍କା ଓ ୭୧,୭୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୬୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨,୬୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୫,୬୬୦ ଟଙ୍କା ଓ ୭୧,୬୩୦ ଟଙ୍କା ରହିଛି । ଅନ୍ୟ ପଟେ ରୁପାଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୪ ହଜାର ୬୦୦ ଟପିଛି ।