ଆଜି ଭୁବନେଶ୍ୱରରେ ସ୍ଥିର ରହିଛି ସୁନା ଦର , ଜାଣନ୍ତୁ ଆପଣଙ୍କ ସହରରେ ବଢିଛି ନା କମିଛି

ଆଜି ସାମାନ୍ୟ ବଢିଛି ସୁନା ଦାମ୍‌। ଗତ କିଛିଦିନ ହେଲାଣି ଏହାର ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆଜି ଦୋକାନକୁ ଯାଇ ସୁନା କିଣିବାକୁ ଆପଣ ମନ ବଳାଇଛନ୍ତି, ତେବେ ଏଠାରୁ ଜାଣି ନିଅନ୍ତୁ କେତେ ରହିଛି ଦାମ୍ । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ୍ ପ୍ରତି ୪୯, ୯୫୦ ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦଶଗ୍ରାମ୍ ୫୪, ୪୮୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।

ସେହିପରି ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୫୦,୦୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୬୪୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୯,୯୫୦ ଟଙ୍କା ଓ ୫୪,୪୮୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୦,୧୦୦ ଟଙ୍କା ଓ ୫୪,୬୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୯୫୦ ଟଙ୍କା ଓ ୫୪,୪୮୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୭୨,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.