ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ରହିଛି ସୁନା ଦର

ଆଜି ସାମାନ୍ୟ ବଢିଛି ସୁନା ଦାମ୍‌। ଗତ କିଛିଦିନ ହେଲାଣି ଏହାର ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆଜି ଦୋକାନକୁ ଯାଇ ସୁନା କିଣିବାକୁ ଆପଣ ମନ ବଳାଇଛନ୍ତି, ତେବେ ଏଠାରୁ ଜାଣି ନିଅନ୍ତୁ କେତେ ରହିଛି ଦାମ୍ । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ୍ ପ୍ରତି ୪୯, ୯୫୦ ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦଶଗ୍ରାମ୍ ୫୪, ୪୮୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।

ସେହିପରି ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୯,୮୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୩୯୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୯,୯୫୦ ଟଙ୍କା ଓ ୫୪,୪୮୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୦,୧୦୦ ଟଙ୍କା ଓ ୫୪,୬୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୯୫୦ ଟଙ୍କା ଓ ୫୪,୪୮୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୭୦,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Sonalisa

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago