ଗତକାଲି ଅପେକ୍ଷା ଆଜି ସୁନାଦର ସାମନ୍ୟ ବୃଦ୍ଧି ପାଇଛି, ନଜର ପକାନ୍ତୁ ଆଜି କେତେ ରହିଛି ଦର

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୨,୭୫୦ ଟଙ୍କା ଓ ୫୭,୫୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୯୦୦ ଟଙ୍କା ଓ ୫୭,୬୯୦ ଟଙ୍କା ରହିଛି ।

କେନ୍ୟୁଜ୍(ବ୍ୟୁରୋ):  ପାର୍ବାଣ ଋତୁରେ ସୁନା ଦରରେ ଆସିଲା କିଛିଟା ପରିବର୍ତ୍ତନ । ଆପଣ ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର।  ଗତକାଲି ଅପେକ୍ଷା ଆଜି ସୁନାଦର ସାମନ୍ୟ ବୃଦ୍ଧି ପାଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨, ୭୫୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୭,୫୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୭୫୦ ଟଙ୍କା ଟଙ୍କା ଓ ୫୭,୫୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୨,୭୫୦ ଟଙ୍କା ଓ ୫୭,୫୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୯୦୦ ଟଙ୍କା ଓ ୫୭,୬୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୩,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୮,୫୮୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୭୫୦ଟଙ୍କା ଓ ୫୭,୫୪୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୦,୧୦୦ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.