ଆଜି କମିଲା ସୁନା ଦର, ଜାଣନ୍ତୁ ସୁନା ମୂଲ୍ୟର ତାଜା ଅପଡେଟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୩୧୦ ଟଙ୍କା କମି ୪୫,୬୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୩୧୦ ଟଙ୍କା କମି ୪୯,୮୭୦ ଟଙ୍କା ଥିବା ଜଣାଯାଇଛି। ସେହିପରି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦୦ ଟଙ୍କା ହ୍ରାସ ପାଇ ୪୩,୮00 ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫୦ ଟଙ୍କା ହ୍ରାସ ପାଇ ୪୭,୭୮୦ ଟଙ୍କା ରହିଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୪୯୦ ଟଙ୍କା ଓ ୪୫,୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୬୯୦ ଟଙ୍କା ଓ ୪୯,୮୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୩୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୪୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୪୪୦ ଟଙ୍କା ଓ ୪୯,୧୪୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦୦ ଟଙ୍କା କମି ୬୭,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।