ଖୁସି ଖବର କମିଛି ସୁନା ଦାମ୍‌ , ଜାଣନ୍ତୁ ଆଜି କେତେ କମିଛି ୧୦ ଗ୍ରାମ୍‌ ପ୍ରତି ନୂଆ ରେଟ୍‌

ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। ଆଜି କମିଛି ସୁନା ଦର। ଗତକାଲି ଅପେକ୍ଷା ଆଜି ୨୦୦ ଟଙ୍କା ଉପରେ କମିଛି ସୁନା ଦାମ୍‌। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏହି ଦାମରେ ପରିବର୍ତ୍ତନ ଦେଖାଦେଇଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦାମ୍‌ ୧୦ ଗ୍ରାମ ପ୍ରତି ୪୭,୬୦୦ ଟଙ୍କା ରହିଛି ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ରହିଛି ୫୧,୯୩୦ ଟଙ୍କା।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୮୦୦ ଟଙ୍କା ରହିଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୨୨୦ ଟଙ୍କା ଓ ୫୨,୬୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୯୫୦ ଟଙ୍କା ଓ ୫୨,୩୧୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୮୦୦ ଟଙ୍କା ଓ ୫୨,୧୫୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୫,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.