ହୁ ହୁ ହୋଇ ବଢି ଚାଲିଛି ସୁନା ଦର, ଜାଣନ୍ତୁ ଆଜି କେଉଁ ସହରରେ କଣ ରହିଛି ରେଟ

ଆଜି ସୁନା ଦର କମୁଛି ତ, କାଲି ବଢ଼ୁଛି । ସୁନା ଦରରେ ରହୁନି ସ୍ଥିରତା । ପ୍ରତ୍ୟେକ ଦିନ ଦେଖିବାକୁ ମିଳୁଛି ସୁନାର ନୂଆ ଦର। ଉଭୟ ୨୨ ଓ ୨୪ କ୍ୟାରେଟ ସୁନା ଦରରେ ପ୍ରତି ଦିନ ଭିନ୍ନତା ଦେଖିବାକୁ ମିଳୁଛି। ତେବେ ସୁନା କିମ୍ବା ରୂପା କିଣିବା ପୂର୍ବରୁ ଜାଣି ରଖନ୍ତୁ କେଉଁଠି କେତେ ରହିଛି ସୁନା ଦର । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୩ ହଜାର ୩୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୫ ହଜାର ୬୦୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୩ ହଜାର ୩୮୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୫, ୬୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୦, ୪୪୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୫ ,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୩, ୫୩୦ ଟଙ୍କା ଓ ୨୨ କ୍ୟାରେଟ୍ ୮୫,୭୫୦ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୩, ୩୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୫,୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୩, ୩୮୦ ଓ ୮୫ ,୬୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୦୪,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ।

ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।

ଅଫ୍ ସିଜନରେ ସୁନା କିଣନ୍ତୁ… କମ୍ ଦାମ୍‌ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ ।

 

 

ଆହୁରି ପଢ଼ନ୍ତୁ  : SBI ବଦଳାଇଲା ATM ୱିଡ୍ରାଲର ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ