ନୂଆବର୍ଷ ପାଇଁ ବୃଦ୍ଧି ପାଇଛି ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ମୂଲ୍ୟ

ନୂଆବର୍ଷ ପାଇଁ ବୃଦ୍ଧି ପାଇଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୭ ହଜାର ୫୬୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧, ୧୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭,୫୬୦ ଟଙ୍କା ଥିଲା ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୧,୧୦୦ ଟଙ୍କା ଓ ୭୭,୫୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୧,୨୫୦ ଟଙ୍କା ଓ ୭୭, ୭୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୧,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୭,୫୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୧,୧୦୦ ଟଙ୍କା ଓ ୭୭, ୫୬୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୦,୫୦୦ ହଜାର ଟଙ୍କା ହୋଇଛି ।