ବ୍ୟବସାୟ ଓ ଅର୍ଥନୀତି

ଆଜି ସ୍ଥିର ରହିଛି ସୁନା ଦାମ୍, ଜଲଦି କରନ୍ତୁ କିଣିଆଣନ୍ତୁ ମନ ପସନ୍ଦର ଗହଣା

ଆଜି ସ୍ଥିର ରହିଛି ସୁନା ଦାମ। ଗତକାଲି ମୂଲ୍ଯ ଯାହା ଥିଲା ଆଜି ମଧ୍ୟ ଦାମ୍ ସେତିକି ରହିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୩୩୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୩୩୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୦୫୦ ଟଙ୍କା ଓ ୫୦,୨୩୦ ଟଙ୍କା ଛୁଇଁଛି।

ଆଜି ଦେଶର ପ୍ରମୁଖ ସହର ମାନଙ୍କରେ ସୁନା ଦରରେ ଗତକାଲି ଯାହା ରହିଥିଲା ସେହି ମୂଲ୍ଯ ସ୍ଥିର ରହିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୩୩୦ ଟଙ୍କା ଓ ୪୯,୩୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୦୯୦ ଟଙ୍କା ଓ ୫୨,୪୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୫୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୭୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୬୬୦ ଟଙ୍କା ଓ ୫୧,୩୬୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୭,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Swagatika

Recent Posts

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

11 mins ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

31 mins ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

53 mins ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

1 hour ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

1 hour ago

କୋର୍ଟରୁ ମିଳିଲାନି ଆଶ୍ୱସ୍ତି, କାଲି ତିହାର ଜେଲ୍‌ ଫେରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟ୍‌କା । କୋର୍ଟରୁ ତାଙ୍କୁ ଆଶ୍ୱସ୍ତି ମିଳିନାହିଁ । କୋର୍ଟ ତାଙ୍କ ମଧ୍ୟବର୍ତ୍ତୀକାଳୀନ…

1 hour ago