ବଢ଼ିଲା ସୁନା ଦର, ୨୦୨୫ ମଧ୍ୟଭାଗ ସୁଦ୍ଧା ଛୁଇଁବ ଲକ୍ଷେ !

ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର।
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୮ ହଜାର ୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୮୫ ହଜାର ୨୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୮, ୧୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୮୫ ,୨୦୦ ଟଙ୍କା ରହିଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୮,୧୦୦ ଟଙ୍କା ଓ ୮୫,୨୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୮, ୨୫୦ ଟଙ୍କା ଓ ୮୫, ୩୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୮,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୫, ୨୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୮,୧୦୦ ଟଙ୍କା ଓ ୮୫,୨୦୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୮,୫୦୦ ହଜାର ଟଙ୍କା ହୋଇଛି ।
ଆହୁରି ପଢନ୍ତୁ : ମାର୍କେଟରେ ଏହି ବାଇକର ଚାହିଦା ବେଶ ଅଧିକ, ସେଲ୍ ହେଲାଣି ୫ ଲକ୍ଷରୁ ଅଧିକ ବାଇକ୍