ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ ରାଜ୍ୟରେ କେତେ ରହିଛି ଦାମ

ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୭ ହଜାର ୭୧୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୦, ୪୦୦ ଟଙ୍କା ଛୁଇଁଛି ।
ସେହିପରି ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୮୦ ହଜାର ୪୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାଦର ୮୭ ହଜାର ୭୧୦ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୦,୪୦୦ ଟଙ୍କା ଓ ୮୭,୭୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୦, ୫୫୦ ଟଙ୍କା ଓ ୮୭, ୮୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୦,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୭, ୭୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୦,୪୦୦ ଓ ୮୭,୭୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୯,୧୦୦ ଟଙ୍କା ହୋଇଛି ।
ଆହୁରି ପଢନ୍ତୁ : ଧମାଲ୍ କରୁଛି Kiaର ଲୋକପ୍ରିୟ ୭-ସିଟର MPV, ରହିଛି ଜବରଦସ୍ତ ଫିଚର୍ସ