ଆଜି ବଢ଼ିଲା ସୁନା ରେଟ, ୨୪ କ୍ୟାରେଟ କିଣିଲେ ଦେବାକୁ ପଡ଼ିବ ଏତିକି!

ଚମକୁଛି ସୁନା, ବଢୁଛି ଦର । ବିଶ୍ବ ବଜାରରେ ଅସ୍ଥିରତା ଓ ଅନିଶ୍ଚତତା ମଧ୍ୟରେ ସୁନାର ଚମକ ବଢ଼ିଚାଲିଛି । ଯଦି ସୁନା କିଣିବାକୁ ଯାଉଛନ୍ତି ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୯୨ ହଜାର ୮୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୫ ହଜାର ୧୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୨ ହଜାର ୮୪୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୫, ୧୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୫,୧୦୦ ଟଙ୍କା ଓ ୯୨, ୮୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୫, ୨୫୦ ଟଙ୍କା ଓ ୯୨, ୯୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୫,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୯୨, ୮୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୫, ୧୦୦ ଓ ୯୨,୮୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୫,୦୦୦ ଟଙ୍କା ହୋଇଛି ।
ଆହୁରି ପଢ଼ନ୍ତୁ : ୩୦ ବର୍ଷ ପରେ ପୁଣି ବଜାରରେ ଏଣ୍ଟ୍ରି କରିପାରେ Yamaha RX100, ଲଞ୍ଚ ପୂର୍ବରୁ ଜାଣନ୍ତୁ ସମ୍ପୂର୍ଣ୍ଣ ଡିଟେଲ୍