ହୋଲିରେ ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ ଆଜିର ମୂଲ୍ୟ ବିବାଦରେ

ଦିନକୁ ଦିନ ନୂଆ ରେକର୍ଡ ଛୁଇଁଚାଲିଛି । ଏବେ ୯୦ହଜାର ଆଡକୁ ମୁହାଁଇଲାଣି । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୮୯ ହଜାର ୬୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୨ ହଜାର ୨୦୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୬୭୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୨, ୨୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୨,୨୦୦ ଟଙ୍କା ଓ ୮୯,୬୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୨, ୩୫୦ ଟଙ୍କା ଓ ୮୯, ୮୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୨,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୯, ୬୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୨,୨୦୦ ଓ ୮୯,୬୭୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୩,୦୦୦ ଟଙ୍କା ହୋଇଛି ।

 

ଆହୁରି ପଢ଼ନ୍ତୁ : ହୋଲିରେ ତେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଦର