Below header

ଜଲଦି କରନ୍ତୁ : ସୁନା ଆଜି ହିଁ କିଣିନିଅନ୍ତୁ, ଜାଣନ୍ତୁ ଆଜି ପୁଣି କେତେ ବଢ଼ିଲା ଦାମ୍

ସୁନା କିଣିବାକୁ ଚାହୁଁଛନ୍ତି କି ? ବଢ଼ିବା ଆଗରୁ କିଣିନିଅନ୍ତୁ। ଆଜି ସୁନା ମୂଲ୍ଯରେ ୧୦ ଟଙ୍କା ବୃଦ୍ଧି ପାଇଛି। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୦୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୦୬୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୧୦ ଟଙ୍କା ଓ ୫୧,୧୮୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୦୬୦ ଟଙ୍କା ଓ ୫୦,୦୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୦୬୦ ଟଙ୍କା ଓ ୫୩,୫୧୦ ଟଙ୍କା ରହିଛି।

gold

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୪୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୭୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୬୦୦ ଟଙ୍କା ଓ ୫୨,୧୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ କିଲୋଗ୍ରାମ ପ୍ରତି ୨୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୮,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.