ବ୍ୟବସାୟ ଓ ଅର୍ଥନୀତି

ପୁଣି ବଢିଲା ସୁନା ଦାମ୍, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଦାମ୍

ସୁନା କିଣିବାକୁ ଚାହୁଁଛନ୍ତି କି ? ବଢିବା ଆଗରୁ କିଣିନିଅନ୍ତୁ। ଆଜି ସୁନା ମୂଲ୍ଯରେ ୧୬୦ ଟଙ୍କା ବୃଦ୍ଧି ପାଇଛି। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୨୨୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୨୨୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୩୦୦ ଟଙ୍କା ଓ ୫୧,୬୦୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୨୨୦ ଟଙ୍କା ଓ ୫୦,୨୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୦୭୦ ଟଙ୍କା ଓ ୫୩,୫୨୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୫୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୧୫୦ ଟଙ୍କା ଓ ୫୨,୮୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ କିଲୋଗ୍ରାମ ପ୍ରତି ୨୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୮,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Swagatika

Recent Posts

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

20 mins ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

33 mins ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

43 mins ago

ଶପଥ ଗ୍ରହଣ କରିଛନ୍ତି ମୋହନ ମାଝୀଙ୍କ ଟିମ୍

ଭୁବନେଶ୍ୱର(କେନ୍ୟୁଜ୍‌): ନୂଆ ମୁଖ୍ୟମନ୍ତ୍ରୀ, ନୂଆ କ୍ୟାବିନେଟ। ଶପଥ ଗ୍ରହଣ କରିଛନ୍ତି ମୋହନ ମାଝୀଙ୍କ ଟିମ୍। ଦୁଇ ଉପମୁଖ୍ୟମନ୍ତ୍ରୀ। ୮ କ୍ୟାବିନେଟ…

1 hour ago

ସମୟ ସିନା ବଦଳିଛି ହେଲେ ସେମିତି ଅବିଚଳିତ ନବୀନ ପଟ୍ଟନାୟକ

ଭୁବନେଶ୍ୱର(କେନ୍ୟୁଜ୍‌): ମୁହଁରେ ସେହି ସବୁବେଳର ଭାବ । ବିଜେପି ସରକାରଙ୍କ ଶପଥ ଗ୍ରହଣ ମଞ୍ଚରେ ସେମିତି ଅବିଚଳିତ ଥିଲେ ନବୀନ…

1 hour ago

ରକ୍ତ ଚନ୍ଦନ ପ୍ୟାକ୍‌ ମୁହଁରୁ ଦାଗ ଦୂର କରିବାରେ ଅନେକ ସାହାଯ୍ୟ କରେ, ଏହି ୨ଟି ଉପାୟରେ କରନ୍ତୁ ବ୍ୟବହାର ସମସ୍ୟାରୁ ମିଳିବ ମୁକ୍ତି

ଚନ୍ଦନ କାଠର ଉପକାରିତା ବିଷୟରେ ଆପଣ ସମସ୍ତେ ଜାଣିଥିବେ । ଏହା ସମସ୍ତ କାମ ପାଇଁ ବେଶ୍‌ ଲାଭଦାୟକ ହୋଇଥାଏ…

3 hours ago