ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ସୁନା-ରୂପା ଦର

ସାମାନ୍ୟ ବଢିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୨୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୨୯୦ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ସେହିଭଳି ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ସୁନା ଦର ୫୨,୭୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ଦର ୪୮,୩୭୦ ଟଙ୍କାରେ ପହଞ୍ଚିଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୪୯,୨୯୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୫୦,୨୯୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୨୦୦ ଟଙ୍କା ଓ ୫୩,୬୭୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୩୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୭୬୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୭୬୦ ଟଙ୍କା ଓ ୫୨,୬୭୦ଟଙ୍କା ରହିଛି ।
ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୧,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।