Below header

ସାମାନ୍ୟ ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ ରହିଛି ମୂଲ୍ୟ

ସାମାନ୍ୟ ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୩୧୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୮୦୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୨୯୦ ଟଙ୍କା ଓ ୪୮,୮୫୦ ଟଙ୍କା ଛୁଇଁଛି।

gold1

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୦,୫୫୦ ଟଙ୍କା ଓ ୪୯,୫୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୩୧୦ ଟଙ୍କା ଓ ୪୯,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୩,୨୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୮,୮୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୯୮୦ ଟଙ୍କା ଓ ୫୦,୨୮୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୮,୦୦୦ ଟଙ୍କା ପହଞ୍ଚିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.