Below header

ସାମାନ୍ୟ ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ ରହିଛି ଦାମ୍

ସାମାନ୍ୟ ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୩୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୮୬୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୩୫୦ ଟଙ୍କା ଓ ୪୮,୯୧୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୦,୪୫୦ ଟଙ୍କା ଓ ୪୯,୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୩୯୦ ଟଙ୍କା ଓ ୪୯,୮୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୩,୩୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୮,୯୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୧୦୦ ଟଙ୍କା ଓ ୫୦,୪୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୭,୯୦୦ ଟଙ୍କା ପହଞ୍ଚିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.